ମା’ ହିଙ୍ଗୁଳା ମନ୍ଦିରକୁ ଏମ୍‌ସିଏଲ୍‌ ଦେବ ୯.୩୨ କୋଟି ଟଙ୍କା

0
30

ଅନୁଗୋଳ (ବ୍ୟୁରୋ ) : ଅନୁଗୋଳ ଜିଲ୍ଲା ତାଳଚେରର ଗୋପାଳପ୍ରସାଦ ସ୍ଥିତ ମା’ ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ତ୍ୱରାନିତ କରିବା ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ (ଏମ୍‌ସିଏଲ୍‌) ବୋର୍ଡ ସିଏସଆର୍ ପାଣ୍ଠିରୁ ୯. ୩୨ କୋଟି ଟଙ୍କା ପ୍ରଦାନ କରିବାକୁ ଅନୁମୋଦନ ଦେଇଛି। ଏଥିପାଇଁ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଗତ ଜାନୁଆରୀ ୧୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଥିଲେ। ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ପ୍ରସ୍ତାବ ଅନୁସାରେ ହିଙ୍ଗୁଳା ମନ୍ଦିର ସମ୍ମୁଖରେ ମୁଖଶାଳା ଓ ଯଜ୍ଞଶାଳାର ନିର୍ମାଣ କାର୍ଯ୍ୟ ପାଇଁ ଏମସିଏଲର ସିଏସଆର ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ସେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଅନୁରୋଧ କରିଥିଲେ।

LEAVE A REPLY

Please enter your comment!
Please enter your name here