ମେ’୫ ରୁ ୧୯ ପର୍ଯ୍ୟନ୍ତ ଲକଡାଉନ କଲେ ଓଡିଶା ସରକାର

0
24

ଭୁବନେଶ୍ବର : ରାଜ୍ୟରେ କୋଭିଡ ସ୍ଥିତିକୁ ଦେଖି ବଡ଼ ପଦକ୍ଷେପ ଭାବେ ଲକ ଡାଉନ  ଘୋଷଣା କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ନାଇଟ କର୍ଫ୍ୟୁ ଓ ସଟଡାଉନ ଭଳି ପଦକ୍ଷେପ ନିଆଯାଇଥିବା ବେଳେ ଏବେ ରାଜ୍ୟକୁ ୧୪ଦିନ ପାଇଁ ଲକଡାଉନ କରାଯିବ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର। ମେ’୫ରୁ ୧୯ପର୍ଯ୍ୟନ୍ତ ରାଜ୍ୟର ସବୁ ଜିଲ୍ଲାରେ ଲକଡାଉନ ହେବ। ଏହି ସମୟ ମଧ୍ୟରେ ସ୍ବାସ୍ଥ୍ୟ ଓ ଜରୁରୀ ସେବା ଜାରି ରହିବ।

ଘରଠୁ ୫୦୦ମିଟର ଦୂରତା ଭିତରେ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଭିତରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିପାରିବେ ଲୋକେ। ଚାଲି ଚାଲି ଯାଇ ଲୋକେ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ କୁହାଯାଇଛି ।

ଲକଡାଉନ ଅବଧି ମଧ୍ୟରେ ପୂର୍ବ ପରି ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ବଳବତ୍ତର ରହିବ। ଏନେଇ ଓଡ଼ିଶାର ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here