ରାଜ୍ୟରେ ୨୪ ଘଣ୍ଟାରେ ୮୩୧୩ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୩୫ ମୃତ

0
13

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ କିଛି ଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ୧୦ହଜର ତଳକୁ ଖସି ୮ ହଜାର ଭିତରେ ସୀମିତି ଥିଲା। ହେଲେ ଆଜି ପୁଣି ଏହାର ସଂଖ୍ୟା ବଢିଛି।  ରାଜ୍ୟରେ ୨୪ ଘଣ୍ଟାରେ  ୮୩୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ  ୪୬୫୫ ଲୋକାଲ କଣ୍ଟାକ୍ଟ ଥିବାବେଳେ ୩୬୫୮ କ୍ୱାରେଣ୍ଟିନେର ଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

 ସେହିପରି ଆଉ ୩୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ରହିଥିବା ବେଳେ କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା , ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ଦେବଗଡ଼ , ଗଜପତି, ଗଞ୍ଜାମ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୬୪ ହଜାର ୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୧ ହଜାର ୬୬୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଲକ୍ଷ ୭୦ ହଜାର ୫୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୭୫୪ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୭୭୩୦୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

LEAVE A REPLY

Please enter your comment!
Please enter your name here