ଫିଲ୍ମ “ଶଲାବୁଢ଼ା”ର ଅଭିନେତା ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ

0
10

ଭୁବନେଶ୍ୱର : ପ୍ରସିଦ୍ଧ ସମ୍ବଲପୁରୀ ଫିଲ୍ମ “ଶଲାବୁଢ଼ା”ର ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତି ୩ଟା ୪୫ ମିନିଟ୍‌ରେ ସମ୍ବଲପୁର ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ଧରି ସେ Blood septicemiaରେ ପୀଡ଼ିତ ଥିଲେ। ତେବବେ ଗତକାଲି ତାଙ୍କ ଶରୀରର ଏକାଧିକ ଅଙ୍ଗ ଅଚଳ ହେବା ପରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଅଟଳ ବିହାରୀଙ୍କ ପରଲୋକ ନେଇ ପୁଅ ଅରୁଣ ପଣ୍ଡା ସୂଚନା ଦେଇଛନ୍ତି।

ଆଦ୍ୟାଶା ନିଉଜ ପରିବାର ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ।

LEAVE A REPLY

Please enter your comment!
Please enter your name here