ଭୁବନେଶ୍ୱର ରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ଛେଚି ହତ୍ୟା

0
12

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ଵରରେ ଘଟିଛି ଏକ  ଜଘନ୍ୟ ହତ୍ୟାକାଣ୍ଡ । ଯୁବକଙ୍କୁ ପଥରରେ ଛେଚି ଛେଚି ଅତି ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ। ମୃତ ଯୁବକ ଜଣଙ୍କ ହେଉଛନ୍ତି ଭଦ୍ରକର। ଖାରବେଳନଗର ଥାନା ଅନ୍ତର୍ଗତ ହୋଟେଲ ସ୍ୱସ୍ତି ଗ୍ରାଣ୍ଡ ପଛପଟେ ଏପରି ଏକ ଅଭାବନୀୟ ଘଟଣା ଘଟିଛି। ତେବେ ପୋଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି ।

ତେବେ ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ଫେରାର ଦୁର୍ବୃତ୍ତଙ୍କୁ ଧରିବାକୁ କମିଶନରେଟ୍ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ସାମାନ୍ୟ କଥାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here