ରାଜ୍ୟରେ ଆଜି ୬୧୧୬ କରୋନା ସଂକ୍ରମିତ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭୫ ଜଣ ପଜିଭିଟ୍

0
32

ଭୁବନେଶ୍ୱର (ବ୍ୟୁରୋ ): କ୍ରମାଗତ ଚତୁର୍ଥ ଦିନ ପାଇଁ ରାଜ୍ୟରେ ୬ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୬,୧୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୂର୍ବ ତିନି ଦିନ ଅପେକ୍ଷା ଏହି ସଂଖ୍ୟା କମ୍‌ ରହିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩,୫୪୬ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୭୦ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭୫ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୭୮୫ ଜଣ ଚିହ୍ନଟ ହୋଇଛନ୍ତି। ନୂଆପଡ଼ାରୁ ୪୩୦ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୪୩, ଯାଜପୁରରୁ ୩୨୪, କଳାହାଣ୍ଡିରୁ ୩୨୧ ଓ ନବରଙ୍ଗପୁରରୁ ୩୧୮ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦୨, ବରଗଡ଼ରୁ ୨୬୨, ଭଦ୍ରକରୁ ୮୭, ବଲାଙ୍ଗିରରୁ ୧୮୯, ବୌଦ୍ଧରୁ ୩୨, ଦେବଗଡ଼ରୁ ୩୯, ଢେଙ୍କାନାଳରୁ ୮, ଗଜପତିରୁ ୭୮, ଗଞ୍ଜାମରୁ ୧୩୪, ଜଗତସିଂହପୁରରୁ ୭୩, ଝାରସୁଗୁଡ଼ାରୁ ୨୫୪, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୪୬, କେନ୍ଦୁଝରରୁ ୧୧୮, କୋରାପୁଟରୁ ୭୧, ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୧୫୮, ନୟାଗଡ଼ରୁ ୯୯, ପୁରୀରୁ ୧୮୦, ରାୟଗଡ଼ାରୁ ୧୦୪, ସମ୍ବଲପୁରରୁ ୨୮୦ ଓ ସୋନପୁରରୁ ୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୭୯ ଜଣ ଚିହ୍ନଟ ହୋଇଛନ୍ତି।

୬,୧୧୬ଟି ନୂଆ କେସ୍ ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୭,୪୫୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୫୯,୪୬୭ ଜଣ ସୁସ୍ଥ ହୋଇ ସାରିଲେଣି। ୪୫,୯୪୯ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୭ଟି ନୂଆ ମୃତ୍ୟୁ ମାମଲା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୮୮ରେ ପହଞ୍ଚି ଯାଇଛି।

LEAVE A REPLY

Please enter your comment!
Please enter your name here