ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୯୩୦ ପଜିଟିଭ୍

0 611

ଭୁବନେଶ୍ୱର,: ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ଗତ ୩ ମାସର ବ୍ୟବଧାନ ପରେ ପ୍ରଥମ ଥର ପାଇଁ ଗତକାଲି ୨ ହଜାର ତଳକୁ ଦୈନିକ ସଂକ୍ରମଣ ଖସିଥିଲା । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଛି । ଏହା ମଧ୍ୟରେ ଆଜି ପୁଣି ୧୯୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୧୭ ଓ ସ୍ଥାନୀୟ ଅଞ୍ଚଳରୁ ୮୧୩ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୩ ହଜାର ୬୭୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୧୫ ହଜାର ୪୦୦ ରହିଥିବା ବେଳେ ୨୩ ହଜାର ୪୯୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.