ଆସନ୍ତା ୨୪ଘଣ୍ଟା ମଧ୍ୟରେ ୮ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା

0 8

ଭୁବନେଶ୍ବର : ପୂର୍ବ ଉତ୍ତର ପ୍ରଦେଶ, ଉତ୍ତର ପୂର୍ବ ଆସାମ ସହ ବିହାର ଏବଂ ହିମାଳୟ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ନିମ୍ନଚାପ ରେଖା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଭଳି ଆକଳନ କରି ଉପରୋକ୍ତ ଜିଲାଗୁଡ଼ିକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ସ୍ଥାନରେ ବଜ୍ରପାତ ହୋଇପାରେ। ଉପରୋକ୍ତ ଜିଲାଗୁଡ଼ିକୁ ସତର୍କ ସୂଚନା ଦିଆଯାଇଛି। ବୁଧବାର କଟକ, ପାରାଦ୍ବୀପ, ଗୋପାଳପୁର, ପୁରୀ, ସୋନପୁର ଏବଂ ପାରଳାଖେମୁଣ୍ଡି ଜିଲାର କେତେକ ସ୍ଥାନରେ ବର୍ଷା ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.