ଓଡ଼ିଶାରେ ଆଉ ୬୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୬୯୭କୁ ବୃଦ୍ଧି

0 12

ଭୁବନେଶ୍ଵର,   : ରାଜ୍ୟରେ କରୋନ ସଂକ୍ରମଣ ଉପ-ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ ଜିଲ୍ଲାରୁ ସର୍ବାଧିକ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସୋନପୁର, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୧ ହଜାର ୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦ ହଜାର ୮୫୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୭୩ ହଜାର ୫୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୮୧୭୨୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.