ଓଡିଶା ରେ କରୋନା ନେଲା ୧୬ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୪

0 3

ଭୁବନେଶ୍ୱର : ଆଜି  ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି।

ଏହି ୧୬ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଅଛନ୍ତି। ସେହିପରି ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ସେହିପରି ଗଜପତିରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫ରେ ପହଞ୍ଚିଥିବା ବେଳେ କଳାହାଣ୍ଡିରେ ୪୬, ପୁରୀରେ ୧୨୮, ରାୟଗଡ଼ାରେ ୬୯, ସମ୍ବଳପୁରରେ ୮୨ ଓ ସୁନ୍ଦରଗଡ଼ରେ ୨୦୦ ହୋଇଛି।

Leave A Reply

Your email address will not be published.