ଧରା ପଡିଲା ହାଇଦର

0 18

କଟକ : କଟକ ବଡ଼ମେଡିକାଲରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦର ଗିରଫ ହୋଇଛି। ତେଲେଙ୍ଗାନା ରାଜ୍ୟର ରଙ୍ଗାରେଡି ଜିଲ୍ଲାରୁ ତାକୁ ଗିରଫ କରାଯାଇଛି। ଆଜି ସଂଧ୍ୟାରେ କଟକ ପୁଲିସ ତେଲେଙ୍ଗାନା ପୁଲିସ ସହାୟତାରେ ହାଇଦରକୁ ଧରିବାରେ ସଫଳ ହୋଇଛଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ।

କୁଖ୍ୟାତ ଗ୍ୟାଙ୍ଗଷ୍ଟର୍ ହାଇଦର ଶନିବାର କଟକ ଏସସିବି ମେଡିକାଲକୁ ଚିକିତ୍ସା ଲାଗି ଯାଇଥିବା ବେଳେ ସେଠାରୁ ଫେରାର୍ ହୋଇଯାଇ ଥିଲା । ଏହାରି ଭିତରେ ଆଜି ତା’ର ପୁରୁଣା ସହଯୋଗୀ ୟାକୁବ ପୁଲିସ୍ ଆଗରେ ଆତ୍ମସମର୍ପଣ କରି ଥିଲା । କିନ୍ତୁ ହାଇଦର କେଉଁଠି ଥିଲା  ତା’ର ପତ୍ତା ମିଳୁ ନଥିଲା। ହାଇଦର ଚମ୍ପଟ ମାରିବା ନେଇ ଅନେକ ପ୍ରଶ୍ନ ଉଠିଥିଲା।

ହାଇଦରର ସମ୍ପର୍କୀୟ ହିଁ ତା’ର ଫେରାର୍ ପାଇଁ ରଚିଥିଲେ ବିରାଟ ଷଡଯନ୍ତ୍ର। ଏମାନଙ୍କ ମଧ୍ୟରେ ପୁଅ, ଭାଇ, ଶଳା ଓ ପୁତୁରାଙ୍କ ସମେତ ଆଉ କିଛି ଘନିଷ୍ଠ ସମ୍ପର୍କୀୟ ସାମିଲ୍ ଥିବା ସୂଚନା ଆସିଥିଲା। ଏ ନେଇ ଆଜି ମଙ୍ଗଳାବାଗ ଥାନାରେ ଦିଆଯାଇଥିବା ଏଫଆଇଆରରୁ ସ୍ପଷ୍ଟ ହୋଇଥିଲା ଶନିବାର ଏସସିବି ସର୍ଜରୀ ୱାର୍ଡରେ ହାଇଦର ରହୁଥିବା କ୍ୟାବିନ ନମ୍ବର-୫ରେ ସୁରକ୍ଷା ଦାୟିତ୍ୱରେ ଥିବା ଖୋଦ୍ ପୁଲିସ କନଷ୍ଟେବଲ ମହମ୍ମଦ ମୌସିମ୍ ଏଫଆଇଆରରେ ଲେଖିଥିଲେ। ମାର୍ଚ୍ଚ ୨୩ରେ ଚିକିତ୍ସା ପାଇଁ ହାଇଦରକୁ ସମ୍ବଲପୁରରୁ ପୁଲିସ ଏସକର୍ଟରେ କଟକ ଅଣାଯାଇଥିଲା। ଚିକିତ୍ସା ସମୟରେ ହାଇଦର ପାଖକୁ ତା ପୁଅ, ଭାଇ କାଳିଆ, ପୁତୁରା କାଲା, ଶଳା ଓ ଜ୍ୱାଇଁ ପ୍ରମୁଖ କ୍ୟାବିନରେ ଦେଖା କରି କଥା ହେଉଥିଲେ।

ଗତ ଶନିବାର ଅପରାହ୍ନ ପ୍ରାୟ ସାଢେ ୪ଟା ବେଳେ କନଷ୍ଟେବଲ ଜଣକ ପହରା ଡ୍ୟୁଟି କରୁଥିବାବେଳେ ମଧ୍ୟ ଏହି ଲୋକମାନେ ହାଇଦର ପାଖକୁ ଆସିବା ସହ ହଠାତ୍ ତାଙ୍କ ଉପରକୁ କୌଣସି ଏକ ବିଷାକ୍ତ ପଦାର୍ଥ ପକାଇଥିଲେ। ଯାହାଫଳରେ ସେ ଅଚେତ ହୋଇଯିବାରୁ ଅଧିକ କିଛି ଜାଣିପାରିନଥିବା ମୌସିମ୍ ଅଭିଯୋଗ କରିଥିଲେ। ଫଳରେ ତାଙ୍କ ଅଚେତର ସୁଯୋଗ ନେଇ ହାଇଦର ଖସି ପଳାଇଥିବା ଏତଲାରେ ମୌସିମ୍ ଉଲ୍ଲେଖ କରିବା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଥିଲେ।

Leave A Reply

Your email address will not be published.