ପରଲୋକରେ ତପୁ ମିଶ୍ର

0 24

ଭୁବନେଶ୍ବର: ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଶନିବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କର ଦେହାନ୍ତ ଘଟିଛି। ଦୀର୍ଘ ୨୮ ଦିନ ଧରି ହସ୍ପିଟାଲ୍‌ରେ ଚିକିତ୍ସିତ ହେବା ପରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ତପୁ। ସେ ପ୍ରଥମେ କରୋନା ଆକ୍ରାନ୍ତ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ପରେ କରୋନା ନେଗେଟିଭ୍‌ ହୋଇ ଯାଇଥିଲେ ବି ତାଙ୍କ ଫୁସ୍‌ଫୁସ୍‌ ସଂକ୍ରମଣ ଘଟି ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଥିଲା।

କରୋନାରେ ଆକ୍ରାନ୍ତ ହୋଇ ଗତ ମେ’ ୨୦ ତାରିଖରେ ସେ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି ହୋଇଥିଲେ। କିନ୍ତୁ ସ୍ବାସ୍ଥ୍ୟାବସ୍ଥା‌ରେ ସୁଧାର ନ ଆସିବାରୁ ତାଙ୍କୁ ସମ୍‌ କୋଭିଡ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ କିଛି ଦିନ ଚିକିତ୍ସିତ ହେବା ପରେ ‌କରୋନାରୁ ମୁକ୍ତ ହୋଇଥିଲେ ଓ ତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଥିଲା। କିନ୍ତୁ କରୋନା ଯୋଗୁଁ ତାଙ୍କ ଫୁସ୍‌ଫୁସ୍‌ର ୭୫ ପ୍ରତିଶତ ସଂକ୍ରମିତ ହୋଇ ସାରିଥିବା ସୂଚନା ରହିଥିଲା।

୧୦୦% ଅକ୍ସିଜେନ ସପୋର୍ଟରେ ରହିଥିଲେ ସୁଦ୍ଧା ତାଙ୍କ ଶରୀରରେ ଅମ୍ଲଜାନସ୍ତର ତଳକୁ ଖସି ଚାଲିଥିଲା। ତେଣୁ ଡାକ୍ତରମାନେ ଏକ୍‌ମୋ ମେସିନ୍‌ ଲଗାଇବାକୁ ପରାମର୍ଶ ଦେଇପାରନ୍ତି ବୋଲି ତପୁଙ୍କ ବଡ଼ ଭଉଣୀ ଧ୍ରୁତିଦୀପା ନିକଟରେ ସର୍ବସାଧାରଣରେ ପ୍ରକାଶ କରିବା ସହ ଆର୍ଥିକ ସହାୟତା ମଧ୍ୟ ଚାହିଁଥିଲେ।

 

Leave A Reply

Your email address will not be published.