ପରଲୋକରେ ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ

0 16

ଭୁବନେଶ୍ୱର: ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଘଟିଛି। ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ସେ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଏନେଇ ଆପୋଲୋ ଲୋକ ସଂପର୍କ ଅଧିକାରୀ ରାକେଶ ରାୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଗତ ସପ୍ତାହରେ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଆପୋଲ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Leave A Reply

Your email address will not be published.