ପୁଣି ୬୭ ଜଣଙ୍କ ଜୀବନ ନେଲା କରୋନା

ଓଡ଼ିଶାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା

0 11

ଭୁବନେଶ୍ଵର,  : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୦୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୯ ହଜାର ୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୫ ହଜାର ୦୫୦ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୫୮ ହଜାର ୬୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୦୩୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୧୬୪୫୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.