ପୋଖରୀରୁ ମିଳିଲା ଅଜଣା ମହିଳାଙ୍କ ଉଲଗ୍ନ ମୃତଦେହ

0 6

ମୁନିଗୁଡା : ପୋଖରୀରୁ ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର । ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କୁରୁମାଯୋଡି ଗାଁ ନିକଟ ଏକ ପୋଖରୀରୁ ମହିଳାଙ୍କ ଉଲଗ୍ନ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଠାବ କରି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କୁରୁମାଯୋଡି ଗାଁ ନିକଟ ଏକ ପୋଖରୀରୁ ଜଣେ ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର ହୋଇଛି । ଗାଁର କିଛି ଲୋକ ପୋଖରୀକୁ ଯିବାବେଳେ ପୋଖରୀର ଏକ ବୁଦା ନିକଟରେ ମୃତଦେହଟିକୁ ଦେଖିଥିଲେ । ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ଗ୍ରାମବାସୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ତେବେ ମୃତ ମହିଳାଙ୍କ ପରିଚୟ ମିଳିପାରି ନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.