ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ଗଲା କରୋନା ରେ

ମୃତ୍ୟୁସଂଖ୍ୟା ୬୩୦୨କୁ ବୃଦ୍ଧି

0 4

ଭୁବନେଶ୍ଵର, : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ, କଟକରୁ ୧୧ ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୁଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣେ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୪ ହଜାର ୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୩ ହଜାର ୦୦୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୫ ହଜାର ୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୩୦୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୪୨୪୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.