ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ଗଲା କରୋନା ରେ

ମୃତ୍ୟୁ ସଂଖ୍ୟା ୫୨୪୧କୁ ବୃଦ୍ଧି

0 6

ଭୁବନେଶ୍ଵର,  : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୨୪୧ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୬ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୫ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୋନପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୯୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୬୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୫୦୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୨୪୧ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୫୨୭୮୩୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.