ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା

0 8

ଭୁବନେଶ୍ୱର,  : ରାଜ୍ୟରେ କରୋନା ଗ୍ରାଫ୍ ଉପର ତଳ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୩ ହଜାର ୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬ ହଜାର ୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୮ ହଜାର ୫୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୫୯୯୦୩୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.