ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ

0 4

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୪୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲାରୁ ୬ଜଣ ରହିଛନ୍ତି । ଅନୁଗୁଳ, ପୁରୀ, ରାୟଗଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୧୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୬୯୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩୦୮ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୫୩୫୭୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.