ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ୩ ହଜାର ଡେଇଁଲା, ଆଉ ୪୭ ମୃତ

0 10

ଭୁବନେଶ୍ୱର :  ଆଜି କରୋନା ଆକ୍ରାନ୍ତ ଙ୍କ  ସଂଖ୍ୟା ପୁଣି ୩ ହଜାର ଅତିକ୍ରମ କରିଛି। ମିଳିଥିବା  ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୫୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

୩୫୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୨୬ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୦୧, ବାଲେଶ୍ୱରରୁ ୨୭୧, ଯାଜପୁରରୁ ୨୫୬ ଓ ପୁରୀ ଜିଲ୍ଲାରୁ ୨୩୩ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୩୩ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୧, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୩୧, ବୌଦ୍ଧରୁ ୩୩, ଦେବଗଡ଼ରୁ ୮, ଢେଙ୍କାନାଳରୁ ୫୬, ଗଜପତିରୁ ୨୪, ଗଞ୍ଜାମରୁ ୨୨, ଜଗତସିଂହପୁରରୁ ୧୪୫, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩୮, କେନ୍ଦ୍ରାପଡ଼ାରୁ ୧୧୯, କେନ୍ଦୁଝରରୁ ୬୫, କୋରାପୁଟରୁ ୬୯, ମାଲକାନଗିରିରୁ ୬୧, ମୟୂରଭଞ୍ଜରୁ ୧୯୬, ନବରଙ୍ଗପୁରରୁ ୨୨, ନୟାଗଡ଼ରୁ ୧୦୦, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୧୮, ସୋନପୁରରୁ ୨୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ପୁଣି ୪୭ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଗଞ୍ଜାମ, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ  ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୯୭ ହଜାର ୦୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୩ ହଜାର ୦୧୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୬୦ ହଜାର ୧୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୩୮୪୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୪୮୬୦୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.