ରାଜ୍ୟରେ ସର୍ବାଧିକ ୬୮ ଜଣଙ୍କ ଜୀବନ ନେଲା କରୋନା

ମୃତ୍ୟୁସଂଖ୍ୟା ୪୭୩୦କୁ ବୃଦ୍ଧି

0 499

ଭୁବନେଶ୍ବର : ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟୁଥିବା ବେଳେ କମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୯୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଛନ୍ତି। ସେପଟେ ସର୍ବାଧିକ ୬୮ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ଜଣ, ବରଗଡ଼ ଓ ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୪୩ ହଜାର ୬୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୩ ହଜାର ୪୯୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୧୫ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୭୩୦ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪୭୦୩୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.