ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୪ ମୃତ

0 9

ଭୁବନେଶ୍ୱର : ରାଜ୍ୟରେ  ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୫୩୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୦୧୬ ଓ ଲୋକାଲ କେସ୍- ୧୫୧୯ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୫୩୩ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। 

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୪୩୨ରେ ପହଞ୍ଚିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ, କଳାହାଣ୍ଡି ଓ ପୁରୀରୁ ୪ ଜଣ ଲେଖାଏ, କଟକ, ଜଗତସିଂହପୁର, ଝାରସୁଗୁଡ଼ାରୁ ୩ ଜଣ ଲେଖାଏ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଚିହ୍ନଟ ୩,୫୩୫ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨୦୭, ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୮୬, ଭଦ୍ରକରୁ ୧୮୪, ବଲାଙ୍ଗିରରୁ ୧୮, ବୌଦ୍ଧରୁ ୫୨, କଟକରୁ ୩୨୦, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୫୬, ଗଜପତିରୁ ୨୭, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୯୦, ଯାଜପୁରରୁ ୩୪୮, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୫୬, କେନ୍ଦ୍ରାପଡ଼ାରୁ ୧୦୪, କେନ୍ଦୁଝରରୁ ୯୨, ଖୋର୍ଦ୍ଧାରୁ ୫୩୩, କୋରାପୁଟରୁ ୫୬, ମାଲକାନଗିରିରୁ ୬୮, ମୟୂରଭଞ୍ଜରୁ ୧୫୩, ନବରଙ୍ଗପୁରରୁ ୮୫, ନୟାଗଡ଼ରୁ ୯୫, ନୂଆପଡ଼ାରୁ ୧୫, ପୁରୀରୁ ୧୮୭, ରାୟଗଡ଼ାରୁ ୭୩, ସମ୍ବଲପୁରରୁ ୩୯, ସୋନପୁରରୁ ୩୯, ସୁନ୍ଦରଗଡ଼ରୁ ୭୬ ଓ ଷ୍ଟେଟ୍‌ ପୁଲ୍‌ରୁ ୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.