ରାସ୍ତାକଡ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0 27

ରାଇରଙ୍ଗପୁର  :  ରାଇରଙ୍ଗପୁରର ଏକ ଗାଁ ନିକଟ ରାସ୍ତା କଡ଼ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ଲବ ହାଁସଦା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ରାଇରଙ୍ଗପୁର ଥାନା ଅନ୍ତର୍ଗତ ଦାଣ୍ଡ ବୋଷ ଗ୍ରାମରେ ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବା ଦେଖିଥିଲେ ଗ୍ରାମବାସୀ । ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ଶୁକ୍ରବାର ମୃତ ଯୁବକ ଓ ତାଙ୍କ ପତ୍ନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା ।

ତେବେ ଶନିବାର ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ପ୍ରାଥମିକ ତଦନ୍ତରୁ ପାରିବାରିକ କଳହ ଯୋଗୁଁ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ଜଣାପଡିଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.