୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା

0 7

ଭୁବନେଶ୍ୱର : ରାଜ୍ୟ କରୋନା ସଂକ୍ରମଣ ମାନଚିତ୍ରରେ  ପଜିଟିଭ୍ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁ ହାରରେ ଲାଗୁନି ବ୍ରେକ୍। ପ୍ରତ୍ୟେକ ଦିନ ନୂଆ ରେକର୍ଡ ସୃଷ୍ଟି କରୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ୪୪୬୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୪୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୦୨ କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୪ ଜଣ, ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ବରଗଡ, ଯାଜପୁର, କେନ୍ଦ୍ରାପଡା, କେଉଁଝର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଗଜପତି, ଝାରସୁଗୁଡା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୫୧ ହଜାର ୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫୯ ହଜାର ୩୬୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଲକ୍ଷ ୮୯ ହଜାର ୦୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୩୩୦୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୬୫୨୩୯୭ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.