ରାଜ୍ୟରେ ଆଜି ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ,୩,୨୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

0
66

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୧୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ୧୧୦ ଜଣଙ୍କ ମଧ୍ୟରୁ ଜଗତସିଂହପୁରରୁ ସର୍ବାଧିକ ୩୩ ଜଣ, ରାୟଗଡାରୁ ୪ ଜଣ, କଟକରୁ ୨୦ ଜଣ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୧୪ ଜଣ, ନୟାଗଡ଼ରୁ ୪ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ଜଣେ, କଳାହାଣ୍ଡିରୁ ୪ ଜଣ, ଗଜପତିରୁ ୧୧ ଜଣ, ପୁରୀରୁ ୭ ଜଣ, ବଲାଙ୍ଗୀରରୁ ଜଣେ, କେନ୍ଦ୍ରାପଡାରୁ ଜଣେ, ମୟୁରଭଞ୍ଜରୁ ୪ ଜଣ, କୋରାପୁଟରୁ ଜଣେ, କେଉଁଝରରୁ ଜଣେ ଓ ବୌଦ୍ଧରୁ ଜଣେ ଚିହ୍ନଟ ହୋଇଛନ୍ତି |

LEAVE A REPLY

Please enter your comment!
Please enter your name here