ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା : ସୁପ୍ରିମକୋର୍ଟ ଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

0
152

ପୁରୀ: ଚଳିତ ବର୍ଷ  ହେବନି ପୁରୀ ରଥଯାତ୍ରା। ଏହା ସହିତ ଓଡ଼ିଶାର କେଉଁ ସ୍ଥାନରେ ବି ରଥଯାତ୍ରା ହୋଇପାରିବନି ଆଜି ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।

ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି।

ଲୋକଙ୍କ ସୁରକ୍ଷା ଓ ଜନସ୍ୱାର୍ଥ ପାଇଁ ରଥଯାତ୍ରା ବନ୍ଦ ହୋଇଥିବାବେଳେ ଓଡ଼ିଶାର କେଉଁ ସ୍ଥାନରେ ବି ରଥଯାତ୍ରା ହୋଇପାରିବନି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ରଥ ପାଇଁ ଅନୁମତି ଦେଲେ ମହାପ୍ରଭୁ ଜଗନ୍ନାଥ ଆମକୁ କ୍ଷମା ଦେବେନି ବୋଲି ସୁପ୍ରିମକୋର୍ଟ କହିଛନ୍ତି।

 

LEAVE A REPLY

Please enter your comment!
Please enter your name here