ରାଜ୍ୟରେ ୨୧୦ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୬୨କୁ ବୃଦ୍ଧି

0
93

ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୨୧୦ ଜଣ କରୋନା ପଜିଟିଭ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୨୧୦ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ହଜାର ୯୬୨କୁ ବୃଦ୍ଧି ପାଇଛି। ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୪ହଜାର ୧୨୩ ଏବଂ ଆକ୍ଟିଭ କେସ୍ ୧୮୧୫ ରହିଛି। ଆଜି ୧୮ଟି ଜିଲ୍ଲାରୁ ୨୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏଥିରେ ପଶ୍ଚିମବଙ୍ଗରୁ ଅମ୍ଫାନ ଡ୍ୟୁଟିରୁ ଫେରିଥିବା ୬ଜଣ ଏନଡିଆରଏଫ୍ କର୍ମଚାରୀ ଅଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ମୋଟ୍ ୪୧୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୫ ରହିଛି। ଅପରପକ୍ଷରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here