ରାଜ୍ୟରେ ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ, ୬୬୧୪ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

0
226

ଭୁବନେଶ୍ବର -: ରାଜ୍ୟରେ ଆଉ ୨୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୧୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୬୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୬୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

LEAVE A REPLY

Please enter your comment!
Please enter your name here