ରାଜ୍ୟରେ ଆଜି ପୁଣି ୨୨୯ଜଣ କରୋନା ପଜିଟିଭ୍ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି

0
112

ଭୁବନେଶ୍ବର (ବ୍ୟୁରୋ ) –: ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଏବେ ରାଜ୍ୟରେ ମୋଟ୍ ୫୩୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୫୭ ରହିଛି।

LEAVE A REPLY

Please enter your comment!
Please enter your name here