ଓଡିଶା ରେ ଆଖି ବୁଜିଲେ ୧୭ ଆକ୍ରାନ୍ତ

0
24

ଭୁବନେଶ୍ବର -: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here