କୋଲକାତା: ବିସିସିଆଇ ଅଧ୍ୟକ୍ଷ ତଥା ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ହୃଦଘାତର ଶିକାର ହୋଇଥିବା ଜଣାପଡ଼ିଛି। ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟଲରେ ଭର୍ତ୍ତି କରାଯାଇଛି। ଆଜି ସନ୍ଧ୍ୟାରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଇ ପାରେ ବୋଲି ସୂଚନା ମିଳିଛି।
ମିଳିଥିବା ସୂଚନା ଅନୁଯାୟୀ, ଆଜି ଜିମରେ ଥିବା ବେଳେ ଗାଙ୍ଗୁଲି ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ସେ ଭଳ ଅନୁଭବ ନ କରିବାରୁ ତାଙ୍କୁ ସେଠାରୁ ଡାକ୍ତରଖାନା ନିଆଯାଇଥିଲା ।
ସୂଚନାଯୋଗ୍ୟ ଯେ, ଗତ ନଭେମ୍ବର ମାସରେ ପୂର୍ବତନ ଭାରତୀୟ ଷ୍ଟାର କ୍ରିକେଟର କପିଲ ଦେବ ମଧ୍ୟ ହୃଦଘାତର ଶିକାର ହୋଇଥିଲେ। ତେବେ କିଛି ଦିନର ଚିକିତ୍ସା ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ଏବେ ସେ ସୁସ୍ଥ ଅଛନ୍ତି।